
ମୋ ବାପା
ମ୍ୟାଟ୍ରିକ୍ ରେଜାଲ୍ଟ ବାହାରିବାର ଥାଏ, ହାତରେ ମୋବାଇଲ୍ଟାକୁ ଧରି ଏକାକୀ ପୋଲ ଉପରେ ବସିଥାଏ ରାଜୁ । ମନରେ ଥାଏ ଅନେକ ବିତୃଷ୍ଣାର ସମ୍ଭାବନା… କାହିଁକି ନା ବାପା ଭାରି ରାଗି, ପରୀକ୍ଷାର ରେଜାଲ୍ଟ ଖରାପ ହେଲେ ବହୁତ ଗାଳି କରିବେ, ବହୁତ ମାଡ଼ ମାରିବେ । ଖାସ୍ ସେଇଥିପାଇଁ ତ ସେ ଆଜି ଡିଉଟି ନ ଯାଇ ଘରେ ବସିଛନ୍ତି । ତାଙ୍କର ବିବେକ ବୋଲି କିଛି ନାହିଁ, ଯେତେବେଳେ ଦେଖିବେ ଯାହା ସହ ଦେଖିବେ…