ଶୁଭପଲ୍ଲବ

ଶୁଭପଲ୍ଲବ ଓଡ଼ିଆ ଇ-ପତ୍ରିକା (Shubhapallaba Online Odia Magazine) ଏକ ଅନ୍‌ଲାଇନ୍ ଓଡ଼ିଆ ଇ-ପତ୍ରିକା । ଏହି ପତ୍ରିକାଟି ୨୦୧୮ ମସିହାର ଜାନୁଆରୀ ମାସ ୧ ତାରିଖ ନୂଆବର୍ଷଠାରୁ ପ୍ରକାଶ ପାଇ ଆସୁଛି । ଓଡ଼ିଆ ପାଠକପାଠିକାମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଗପ, କବିତା, ପ୍ରବନ୍ଧ, ରମ୍ୟ ରଚନା, ଭ୍ରମଣ କାହାଣୀ, କ୍ଷୁଦ୍ର ଗଳ୍ପ, ଗୁଲି ଗପ ଆଦିକୁ ନେଇ ପ୍ରତ୍ୟେକ ତିନି ମାସରେ ଥରେ ଏହା ପ୍ରକାଶ ପାଇ ଆସୁଛି । ଏହି ପତ୍ରିକାଟି ୨୦୨୦ ନବବର୍ଷରୁ ମାସିକିଆ ପତ୍ରିକା ଭାବରେ ପ୍ରକାଶ ପାଇବାକୁ ଯାଉଛି ।

Download Now 52nd Edition of Shubhapallaba

୫୨ଶ ସଂସ୍କରଣ

୨୦୨୩ ମସିହାର ନିଳାଦ୍ରୀବିଜେ ତଥା ରସଗୋଲା ଦିବସ ଅବସରରେ ଶୁଭପଲ୍ଲବର ୫୨ଶ ସଂସ୍କରଣ ପ୍ରକାଶ ପାଇଥିଲା । ୨୮ ପୃଷ୍ଠା ବିଶିଷ୍ଟ ଏହି ପତ୍ରିକାଟିରେ ୧୦ ଗୋଟି ଆଲେଖ୍ୟ ଥିଲା ।

ଅଧିକ ପଢ଼ନ୍ତୁ
Download Now 45th Edition of Shubhapallaba

୪୫ଶ ସଂସ୍କରଣ

୨୦୨୨ ମସିହାର ଶେଷ ମାଣବସା ଗୁରୁବାର ଦିନ ଶୁଭପଲ୍ଲବର ୪୫ଶ ସଂସ୍କରଣ ପ୍ରକାଶ ପାଇଥିଲା । ୪୮ ପୃଷ୍ଠା ବିଶିଷ୍ଟ ଏହି ପତ୍ରିକାଟିରେ ୧୮ ଗୋଟି ଆଲେଖ୍ୟ ଥିଲା ।

ଅଧିକ ପଢ଼ନ୍ତୁ
News published on SuryaPrabha News about the 44th edition of the Shubhapallaba Odia Magazine

ପଞ୍ଚକ ପୂର୍ଣ୍ଣିମା ଅବସରରେ ଶୁଭପଲ୍ଲବ ଇ-ପତ୍ରିକାର ୪୪ତମ ସଂସ୍କରଣ ଉନ୍ମୋଚିତ

ବନ୍ତ/ଭଦ୍ରକ (୮ ନଭେମ୍ବର ୨୦୨୨): ଓଡ଼ିଆ ଇ-ପତ୍ରିକା ଶୁଭପଲ୍ଲବର ୪୪ତମ ସଂସ୍କରଣ କାର୍ତ୍ତିକ ପୂର୍ଣ୍ଣିମା ତଥା ପଞ୍ଚକ ଅବସରରେ ଉନ୍ମୋଚିତ ହୋଇଯାଇଛି । ସମୁଦାୟ ୧୯ ଗୋଟି ଆଲେଖ୍ୟକୁ ନେଇ ପ୍ରକାଶ ପାଇଥିବା ଏହି ସଂସ୍କରଣଟିର କଭର୍ ଫଟୋ ଡିଜାଇନ୍ କରିଛନ୍ତି ସୁଦୂର ହାଇଦ୍ରାବାଦରେ ରହୁଥିବା ଓଡ଼ିଆ ଗ୍ରାଫିକ୍ ଡିଜାଇନର୍ ସମ୍ବିତ ଦାସ ଏବଂ ପତ୍ରିକାର ସମ୍ପାଦନା ଓ ଅଂଳକରଣ କାର୍ଯ୍ୟ ତୁଲାଇଛନ୍ତି ପ୍ରତିଷ୍ଠାତା ସଂଗ୍ରାମ କେଶରୀ ସେନାପତି । ଏହି ପତ୍ରିକାଟି ଶୁଭପଲ୍ଲବର ଓଡ଼ିଆ ୱେବ୍‌ସାଇଟ୍ shubhapallaba.in, ଶୁଭପଲ୍ଲବ ଷ୍ଟୋର୍…

ଅଧିକ ପଢ଼ନ୍ତୁ